କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର() ଆଜି ରାଜ୍ୟରେ ୨୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମ ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, କଟକ, ବଲାଙ୍ଗିର, ଗଜପତି ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

18 + eleven =