ରାଜଧାନୀରୁ ଆଉ ୫୪୧ କରୋନା ପଜିଟିଭ

ଭୁବନେଶ୍ୱର()  ଭୁବନେଶ୍ୱରରୁ ଚିହ୍ନଟ ହେଲେ ୫୪୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୭୩ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୨୦ ଜଣ ରହିଥିବା ବେଳେ ୩୨୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୯୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦୭୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Share

Leave a Reply

Your email address will not be published. Required fields are marked *

4 × three =