କରୋନାରେ ଆଉ ୧୩ ଜଣଙ୍କ ଦେହାନ୍ତ

ଭୁବନେଶ୍ୱର()ଆଜି ରାଜ୍ୟରେ ୪୨୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀ ଓ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଜପତିରୁ ୨, ବାଲେଶ୍ୱର, ସୋନୁପର ଓ କଟକରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

11 + eighteen =