ଆଜି ୪୧୮୦ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୪୧୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୧୩୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୧୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୩ଜଣ, ବରଗଡ଼ ଜିଲ୍ଲାରୁ ୧୦୦ଜଣ, ଭଦ୍ରକ ଜିଲ୍ଲାରୁ ୮୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୩ଜଣ, ବୌଦ୍ଧ ଜିଲ୍ଲାରୁ ୫୬ଜଣ, କଟକ ଜିଲ୍ଲାରୁ ୪୯୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୩ଜଣ, ଯାଜପୁର ଜିଲ୍ଲାରୁ ୧୮୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୭ଜଣ, କନ୍ଧମାଳ ଜିଲ୍ଲାରୁ ୭୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮୮ଜଣ, କୋରାପୁଟ ଜିଲ୍ଲାରୁ ୯୯ଜଣ, ମାଲକାନଗିରି ଜିଲ୍ଲାରୁ ୫୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୩ଜଣ, ନୟାଗଡ଼ ଜିଲ୍ଲାରୁ ୫୪ଜଣ, ନୂଆପଡ଼ା ଜିଲ୍ଲାରୁ ୫୪ଜଣ, ପୁରୀ ଜିଲ୍ଲାରୁ ୧୬୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୭ଜଣ, ସୋନପୁର ଜିଲ୍ଲାରୁ ୬୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬୬ଜଣ, ଷ୍ଟେଟ ପୁଲ୍‌ରୁ ୩୩୭ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

five × three =