କରୋନାରେ ଆଉ ୧୩ ମୃତ

ଭୁବନେଶ୍ୱର() ଆଜି ରାଜ୍ୟରେ ୪୧୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ, କଟକ, ଗଜପତି, ବରଗଡ, ବଲାଙ୍ଗିର, କନ୍ଧମାଳ, ମୟୂରଭଞ୍ଜରୁୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

16 + nine =