୮ ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର() ଆଜି ରାଜ୍ୟରେ ୩୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, କଟକ,ଢେଙ୍କାନାଳ,ଗଞ୍ଜାମ, କଳାହାଣ୍ଡ, କନ୍ଧମାଳ,ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

seventeen − 10 =