କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ବର() ଆଜି ରାଜ୍ୟରେ ୩୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର ଓ ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଳାହାଣ୍ଡି, ମୟୂରଭଞ୍ଜ ଓ ନୟାଗଡରୁ ୨ ଜଣ ଲେଖାଏଁ, ସୁନ୍ଦରଗଡ ଓ ଝାରସୁଗୁଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

15 − 3 =