ଆଜି ଆଉ ୨୬୯୭ ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ପାର

ଭୁବନେଶ୍ବର() ରାଜ୍ୟରେ ଆଜି ୨ହଜାର ୬୯୭କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୭୬ଜଣ ଚିହ୍ନଟ ହୋଇଥିବାବେଳେ ୧୧୨୧ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ହଜାର୮୩୯କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୧୬ ହଜାର ୯୮୪ଜଣ । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୮ହଜାର୮୮୧ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି ୯୭୪ଜଣ । ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୨ହଜାର ୬୯୭ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪୮୨ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୭, ବାଲେଶ୍ବରରୁ ୧୧୫, ବରଗଡରୁ ୮୬, ଭଦ୍ରକରୁ ୬୬, ବଲାଙ୍ଗିରରୁ ୬୨, ବୌଦ୍ଧରୁ ୩୧, କଟକରୁ ୨୩୪, ଦେବଗଡରୁ ୧୫, ଢେଙ୍କାନାଳରୁ ୪୫, ଗଜପତିରୁ ୮, ଗଞ୍ଜାମରୁ ୪୫, ଜଗତସିଂହପୁରରୁ ୬୫, ଯାଜପୁରରୁ ୧୧୮, ଝାରସୁଗୁଡାରୁ ୭୭, କଳାହାଣ୍ଡିରୁ ୪୫, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୬୯, କେଉଁଝରରୁ ୭୫, କୋରାପୁଟରୁ ୪୫, ମାଲକାନଗିରିରୁ ୪୦, ମୟୂରଭଞ୍ଜରୁ ୧୩୪, ନବରଙ୍ଗପୁରରୁ ୫୧, ନୟାଗଡରୁ ୩୮, ନୂଆପଡାରୁ ୧୫୩, ପୁରୀରୁ ୬୪, ରାୟଗଡାରୁ ୩, ସମ୍ବଲପୁରରୁ ୧୦୭, ସୋନପୁରରୁ ୬୯, ସୁନ୍ଦରଗଡରୁ ୧୨୦ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ ୯୪ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

Share

Leave a Reply

Your email address will not be published. Required fields are marked *

3 × four =