ଆଉ ୧୨୪୭ କରୋନା ପଜିଟିଭ

ଭୁବନେଶ୍ୱର() ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୨୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୨୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୧୮ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ୯୪୨ କୁ ବୃଦ୍ଧି କରିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ଜଣ, ବୌଦ୍ଧ ଜିଲ୍ଲାରୁ ୩୭ଜଣ, କଟକ ଜିଲ୍ଲାରୁ ୧୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୬ଜଣ, କୋରାପୁଟ ଜିଲ୍ଲାରୁ ୨୬ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୮ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ, ଷ୍ଟେଟ ପୁଲ୍‌ରୁ ୨୯ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

4 + 4 =