କରୋନାରେ ଗଲା ଆଉ ୧୨ ଜୀବନ

ଭୁବନେଶ୍ୱର()   ଆଜି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱର, ଝାରସୁଗୁଡା, ନୂଆପଡାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନବରଙ୍ଗପୁର, ପୁରୀ, ସୁନ୍ଦରଗଡ, ସମ୍ବଲପୁର, କଟକ, ଗଞ୍ଜାମରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

fourteen − five =