ଆଜି ଆଉ ୧୩୮୯ କରୋନା ପଜିଟିଭ୍

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୧୩୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୩୨୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୯୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୯ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ ଜଣ, ବରଗଡ଼ ଜିଲ୍ଲାରୁ ୭୧ଜଣ, ଭଦ୍ରକ ଜିଲ୍ଲାରୁ ୫୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୦ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୧୦୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୦ ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ ଜଣ, ଯାଜପୁର ଜିଲ୍ଲାରୁ ୪୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୦ଜଣ, କେନ୍ଦୁଝର ଜିଲ୍ଲାରୁ ୪୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୨ଜଣ, କୋରାପୁଟ ଜିଲ୍ଲାରୁ ୧୩ଜଣ, ମାଲକାନଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୪ଜଣ, ନୟାଗଡ଼ ଜିଲ୍ଲାରୁ ୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୫୯ଜଣ, ପୁରୀ ଜିଲ୍ଲାରୁ ୫୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୪ଜଣ, ସୋନପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୦ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

3 × 1 =