ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ତିନି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଏହି ତିନି ନୂଆ ଆକ୍ରାନ୍ତ ବାଲେଶ୍ବର ଜିଲ୍ଲାର ବୋଲି ଜଣାପଡ଼ିଛି ।ଏହାକୁ ମିଶାଇ ବାଲେଶ୍ବରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି । ୩ଆକ୍ରାନ୍ତ ଯୁବକ ହୋଇଥିବା ବେଳେ ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରେ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୨୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ କରୋନାରେ ୮୬ଜଣ ସକ୍ରିୟ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

three × 4 =