ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି

ଭୁବନେଶ୍ବର() ରାଜ୍ୟରେ ଆଉ ୫ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି । ଏହି ୫ ଜଣଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ଦୁଇ ଜଣ ମହିଳା ରହିଛନ୍ତି ଏବଂ ଏମାନେ ସମସ୍ତେ କୋଲକାତା ଫେରନ୍ତା । ତେବେ ଏହି ୫ ଜଣ ଯାକ କ୍ଵାରାଣ୍ଟାଇନରେ ରହିଥିଲେ । ବର୍ତ୍ତମାନ ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି । ଓଡିଶାରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୪ ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

one × 2 =