ଓଡିଶାରେ ଆଉ ୩ କରୋନା ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ୩ ଜଣଙ୍କ ମଧ୍ୟରୁ ବାଲେଶ୍ୱରର ୨ଜଣ ହୋଇଥିବା ବେଳେ ଜଣେ ଜଗତସିଂହପୁରର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୯ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୨ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ୧୪୫ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × 4 =