ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ତେବେ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ଆଜି ସକାଳେ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଆଉ ଜଣେ ଚିହ୍ନଟ ହୋଇଛନ୍ତି । ଆଜି ମୋଟ ୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

three × 2 =