କେନ୍ଦ୍ରାପଡାରେ ଆଉ ୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର()ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨୪କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ କେନ୍ଦ୍ରାପଡା ଜିଲ୍ଲା ବୋଲି ସୂଚନା ଦେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାପାଳ ସମର୍ଥ ବର୍ମା ।ଏହାକୁ ମିଶାଇ କେନ୍ଦ୍ରାପଡା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨୪ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୩ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

sixteen − 4 =