ଏହି ଜିଲ୍ଲାକୁ ଡେଇଁଲା କରୋନା

ଭୁବନେଶ୍ବର()  ରାଜ୍ୟରେ ଆଉ ୯୧ ନୂଆ କରୋନା ପଜିଟିଭ୍ ଚିହ୍ନଟ । ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି । ଏହି ୯୧ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଭଦ୍ରକରେ ୨୮, ବାଲେଶ୍ୱରରେ ୧୭ , ଗଂଜାମ ୧୫, କଟକ ୧୨, ପୁରୀ ୭ , କେନ୍ଦୁଝର ୪ , ଖୋର୍ଧା ୩ , ବଲାଙ୍ଗିର ୨, କେନ୍ଦ୍ରପଡା, ସୁନ୍ଦରଗଡ ଓ ସଂବଲପୁରରେ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ପ୍ରଥମ ଥର ପାଇଁ ସଂବଲପୁର ଜିଲ୍ଲାକୁ ଡେଇଁଛି କରୋନା ଭୂତାଣୁ ।

ସବୁଠାରୁ ସଂବେଦନଶୀଳ କଥା ହେଉଛି ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ସରପଂଚ ରହିଛନ୍ତି । ସେ ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜଣାପଡିଛି ।

Share

Leave a Reply

Your email address will not be published. Required fields are marked *

20 + thirteen =