ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା, DNAରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ

ଭୁବନେଶ୍ୱର() ରାଜଧାନୀ ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଏକ ବଡ଼ ଖବର ସାମନାକୁ ଆସିଛି । ଡିଏନଏ ରିପୋର୍ଟ ଅନୁସାରେ ନିଖୋଜ ସୀମାଞ୍ଚଳ ପରିଡ଼ା ମୃତ ବୋଲି ସ୍ପଷ୍ଟ ହୋଇଛି । ଏନେଇ ଗୁରୁବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।

କମିଶନରଙ୍କ ସୂଚନା ଅନୁସାରେ ସଂଗୃହିତ ମାଂସ ଖଣ୍ଡର ଡିଏନଏ ପରୀକ୍ଷାରୁ ସୀମାଞ୍ଚଳଙ୍କ ମୃତୁ୍ୟ ହୋଇଥିବା ନେଇ ସ୍ପଷ୍ଟ ହୋଇଛି । ଏନେଇ ମୃତ ସୀମାଞ୍ଚଳଙ୍କ ପରିବାରକୁ ଜଣାଇ ଦିଆଯାଇଛି । ସୀମାଞ୍ଚଳଙ୍କୁ ମିଶାଇ ଏହି ଘଟଣାରେ ଏଯାବତ ୨ ଜଣଙ୍କ ମୃତୁ୍ୟ ଘଟିଛି । ଅନ୍ୟ କୌଣସି ବ୍ୟକ୍ତିଙ୍କ ମୃତୁ୍ୟ ନେଇ ଡିଏନଏ ରିପୋର୍ଟରେ ତଥ୍ୟ ନଥିବା ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।

ପ୍ରକାଶ ଯେ, ରାଜଧାନୀର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ପରେ ପେଟ୍ରୋଲ ପମ୍ପରେ ଏକ ବଡ଼ ଧରଣର ନିଆଁ ଲାଗିଥିଲା । ଏନେଇ ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଲିଭାଇଥିଲେ । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଆଖ ପାଖ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ବିସ୍ଫୋରଣରେ ଅନେକ ଗାଡ଼ି ଛିନଛତ୍ର ହୋଇ ପଡ଼ିଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ପେଟ୍ରୋଲ ପମ୍ପର ୧ କିମି ପରିଧି ଭିତରେ ଭୂକମ୍ପ ଭଳି ଝଟକା ଲାଗିଥିଲା ।

Share

Leave a Reply

Your email address will not be published. Required fields are marked *

three × 5 =