ବାତ୍ୟା ରୂପ ନେବା ନେଇ ଆଶଙ୍କା !

ଭୁବନେଶ୍ୱର () ଲଘୁଚାପ ବର୍ଷା ଏଯାଏଁ ଛାଡିନି, ଆଣ୍ଡାମାନ ସାଗରରେ ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ଏହା ଘନୀଭୂତ ହେଲେ ଅକ୍ଟୋବର ଦ୍ବିତୀୟ ସପ୍ତାହ ବେଳକୁ ସାମୁଦ୍ରିକ ବାତ୍ୟାର ରୂପ ନେଇପାରେ ।

ଓଡ଼ିଶା ଉପରେ ଏହାର କଣ ପ୍ରଭାବ ରହିବ ତାହା ଏଯାଏ ସ୍ପଷ୍ଟ ହୋଇନାହିଁ । ବାତ୍ୟା ପାଇଁ ଓଡ଼ିଶାରେ ଅନୁକୂଳ ପରିବେଶ ନାହିଁ । ତେବେ ୯ ତାରିଖ ବେଳକୁ ଚିତ୍ର ସ୍ପଷ୍ଟ ହେବ । କିନ୍ତୁ ଲଘୁଚାପ ପ୍ରଭାବରେ ୧୧ ରୁ ୧୩ ତାରିଖ ଯାଏ ରାଜ୍ୟର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେପଟେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ବର୍ଷିବ । ନବରଙ୍ଗପୁର, ରାୟଗଡା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ସୋନପୁର, ନୂଆପଡା, ବଲାଙ୍ଗୀର, ଅନୁଗୋଳ, କେନ୍ଦୁଝର, ବରଗଡ, ସମ୍ବଲପୁର ଆଦି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ତେଣୁ ମତ୍ସ୍ୟଜୀବୀକୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

two × two =