ବାତ୍ୟା ପାଇଁ ଆସନ୍ତା ୨ ଦିନ ଧରି ରାଜ୍ୟର ସ୍କୁଲ କଲେଜ ବନ୍ଦ

ଭୟଙ୍କର ରୂପ ନେଉଛି ତିତଲି । ଆସନ୍ତା ୩ ଘଂଟା ଭିତରେ ଜଣାପଡିବ ବାତ୍ୟା ତିତଲିର ରୂପରେଖ । ଆସନ୍ତା କାଲି ଏହା ସ୍ଥଳଭାଗ ଛୁଇଁବ । ଯାହା ଫଳରେ ଘଂଟା ପ୍ରତି ୧୪୦ରୁ ୧୬୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ତତ୍ପରତା ଦେଖାଦେଇଛି । ଗତକାଲି ପ୍ରଥମେ ୫ଟି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବା ନେଇ ଘୋଷଣା ହୋଇଥିଲା । ଆଜି ତିତଲିର ପ୍ରକୋପକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଆସନ୍ତା କାଲିଠାରୁ ଦୁଇ ଦିନ (୧୧ ଏବଂ ୧୨ ତାରିଖ ) ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର ।ସେହିଭଳି ତିତଲିକୁ ପାଇଁ ଛାତ୍ର ସଂସଦ ନିର୍ବାଚନକୁ ସ୍ଥଗିତ ରଖାଯାଇଛି । ଅକ୍ଟୋବର ୧୧ରେ ଛାତ୍ର ସଂସଦ ନିର୍ବାଚନ। ହାତରେ ଆଉ ମାତ୍ର ଗୋଟିଏ ଦିନ ଥିବାବେଳେ ଆଜି ‘ହ୍ବାଟ୍ ଆଇ ଷ୍ଟାଣ୍ଡ ଫର୍’ ବା ‘ମୁଁ କାହିଁକି ପ୍ରାର୍ଥୀ ହୋଇଛି’ ବୈଠକ ଅନୁଷ୍ଠିତ ହେବାକୁ ଥିଲା । ଏଥିପାଇଁ ରାଜ୍ୟର ୪ଟି ବିଶ୍ବବିଦ୍ୟାଳୟ ଓ ୨୫୬ ଯୁକ୍ତ୩ କ୍ୟାମ୍ପସରେ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ବାତ୍ୟା ‘ତିତଲି’କୁ ନେଇ ଆଶଙ୍କା ବଢ଼ିଥିଲା । ତେବେ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଦୁଇ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି। ତେଣୁ ସମ୍ପୃକ୍ତ କଲେଜରେ ନିର୍ବାଚନକୁ ସ୍ଥଗିତ ରଖାଯାଇଛି ।ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ସୁଚନା ଦେଇ କହିଛନ୍ତି, ତିତଲି ପ୍ରଭାବିତ ହେବାକୁଥିବା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଭଳି ୫ ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

Share

Leave a Reply

Your email address will not be published. Required fields are marked *

2 × three =