ରାଜ୍ୟରେ କମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୪୦ ଉପରେ ରହୁଛି ମୃତ୍ୟୁ ସଂଖ୍ୟା । ଯାହାକି ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଗତ ୧୪ ଘଣ୍ଟା ମଧ୍ୟରେ ୪୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଭୁବନେଶ୍ୱର, କଟକ, ବରଗଡ଼ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ ଥିବା ବେଳେ ଖୋର୍ଦ୍ଧାରୁ ୪ ଜଣ କରୋନାରେ ପ୍ରାଣ ହରାଇଥିବା ଜଣାଯାଇଛି।

ସେହିପରି ଗଂଜାମ, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡି, ମୟୁରଭଞ୍ଜ ଓ ନୂଆପଡ଼ାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏଯାବତ ରାଜ୍ୟରେ କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ୩୮୪୮ ଜଣଙ୍କ ମୃତ୍ୟୁ ଘଟିଛି।

Share

Leave a Reply

Your email address will not be published. Required fields are marked *

four + 1 =