ବିଭାଗର ସଚିବଙ୍କୁ ତଦନ୍ତ ଲାଗି ନିର୍ଦ୍ଦେଶ

ଭୁବନେଶ୍ୱର()ଭୁବନେଶ୍ୱର ସ୍ଥିତ ଗଭର୍ଣ୍ଣର ହାଉସ ନିକଟରେ ଥିବା ପେଟ୍ରୋଲ ପମ୍ପରେ ନିଆଁ ଲାଗି ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ  ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ସେ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଶୀଘ୍ର ଆରୋଗ୍ୟ ହୋଇ ଫେରିବେ ବୋଲି କାମନା କରିଛନ୍ତି।

କେନ୍ଦ୍ର ମନ୍ତ୍ରୀ ଟ୍ଵିଟ୍ କରି ଲେଖିଛନ୍ତି ଯେ, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ  ବିଭାଗର ସଚିବଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛି। ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍ ଅଏଲର ଅଧିକାରୀମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

15 + 7 =