ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେବ ୭ ମହଲା ବିଶିଷ୍ଟ ଡିଏଚଏଚ କମ୍ପେ୍ଲକ୍ସ

ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୋ ସରକାର କାର୍ଯ୍ୟକ୍ରମରେ ଭଦ୍ରକ ଜିଲ୍ଲା ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ କେତେକ ନିଷ୍ପତି କରିଛନ୍ତି । ମୋ ସରକାର ଟିମର ଭଦ୍ରକ ଗସ୍ତ ପରେ ରୋଗୀ ମାନଙ୍କ ଫିଡବ୍ୟାକ ଓ ଡାକ୍ତରମାନଙ୍କ ସହ ଆଲୋଚନାକୁ ଭିତ୍ତିକରି ରାଜ୍ୟ ସରକାର ନିମ୍ନୋକ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି ।

ଏହି ନିଷ୍ପତି ଅନୁଯାୟୀ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଉନ୍ନତି ତଥା ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇଁ ୭(ଜି+୬) ମହଲା ବିଶିଷ୍ଟ ଏକ ନୂତନ ଡିଏଚଏଚ କମପ୍ଲେକ୍ସ ନିର୍ମାଣ କରାଯିବ । ଏଥିରେ ୩୦୦ଟି ଶର୍ଯ୍ୟା ରହିବ । ବର୍ତ୍ତମାନ ଯେଉଁ ବିଲଡିଂରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କାର୍ଯ୍ୟ କରୁଛି । ସେଥିରେ ୧୯୧ଟି ଶର୍ଯ୍ୟା ରହିଛି । ଅଧିକ ରୋଗୀଙ୍କୁ ସେବା ଯୋଗାଇ ଦେବା ପାଇଁ ଏକ ଅନ୍ତରୀଣ ପଦକ୍ଷେପ ଭାବେ ଏହି ଶର୍ଯ୍ୟା ସଂଖ୍ୟା ୧୯୧ରୁ ୩୦୦କୁ ବୃଦ୍ଧି କରାଯିବ ।

ରୋଗୀ ମାନଙ୍କ ଆଟେଣ୍ଡାଣ୍ଟ ମାନଙ୍କ ପାଇଁ ୨୦ ଲକ୍ଷ ଟଙ୍କାରେ ଏକ restshed ନିର୍ମାଣ କରାଯିବା ସହିତ ଓ.ପି.ଡି ପଂଜୀକରଣ ପାଇଁ ଅଧିକ କାଉଣ୍ଟର ଖୋଲାଯିବ । ରୋଗୀ ଓ ଆଟେଣ୍ଡାଣ୍ଟ ମାନଙ୍କ ସୁବିଧା ପାଇଁ ମୁଖ୍ୟ ଚିକିତ୍ସାଳୟ ପରିସର ମଧ୍ୟରେ ପାର୍କିଂ ଏରିଆର ବିକାଶ କରାଯିବ ।

ଭଦ୍ରକ ଜିଲ୍ଲାର ସଦର ମହକୁମା ଚିକିତ୍ସାଳୟ ରୋଗୀ କଲ୍ୟାଣ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ରୋଗୀ କଲ୍ୟାଣ ସମିତିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୫ ଲକ୍ଷ ଟଙ୍କାର ସହାୟତା ଦିଆଯିବ ।

Share

Leave a Reply

Your email address will not be published. Required fields are marked *

5 × 2 =