ଉପନିର୍ବାଚନ ପ୍ରସ୍ତୁତି ସଂପର୍କରେ ସମୀକ୍ଷା ବୈଠକ

ଭୁବନେଶ୍ୱର() ଭାରତ ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁସାରେ ବିହାର ବିଧାନସଭା ନିର୍ବାଚନ ସହିତ ଓଡ଼ିଶାର ଦୁଇଟି ବିଧାନସଭା ଆସନ ଯଥା ୩୮-ବାଲେଶ୍ୱର ଓ ୧୦୨-ତିର୍ତ୍ତୋଲ ନିମନ୍ତେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏହି ପରିେପ୍ରକ୍ଷୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ବାଲେଶ୍ୱର ଓ ଜଗତସିଂହପୁରର ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସହ ଉପନିର୍ବାଚନ ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ କରାଇଥିଲା ।

ସଂପ୍ରତି କୋଭିଡ୍-୧୯ ମହାମାରୀ ପରିେପ୍ରକ୍ଷୀରେ ସୁରୁଖୁରୁରେ ଉପନିର୍ବାଚନ ପରିଚାଳନା କରିବା ଆମ ସମସ୍ତଙ୍କ ପାଇଁ ଏକ ଚାଲେଞ୍ଜ ହେବ ଓ ନିର୍ବାଚନ ସମୟରେ କୋଭିଡ୍-୧୯ ନିୟମକୁ କଡ଼ାକଡ଼ି ଭାବେ ପାଳନ ସହସାମାଜିକ ଦୂରତ୍ୱ, ଥର୍ମାଲ୍ ସ୍କ୍ରିନିଂ, ମାସ୍କ ପିନ୍ଧିବା, ଗ୍ଲୋବସ୍ ପରିଧାନ, ସାନିଟାଇଜର ବ୍ୟବହାର, ଉଭୟ ଭୋଟର ଓ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନଙ୍କ ନିମନ୍ତେ ବ୍ୟାପକ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱାରୋପ କରିଥିଲେ । କୋଭିଡ୍-୧୯ ମହାମାରୀ ଦୃଷ୍ଟିରୁ ନିର୍ବାଚନ ସମୟରେ ଜଣେ ଅଭିଜ୍ଞ ଡାକ୍ତରଙ୍କୁ ଜିଲ୍ଲା ଓ ନିର୍ବାଚନ ମଣ୍ଡଳୀ ସ୍ତରରେ ନୋଡ଼ାଲ ସ୍ୱାସ୍ଥ୍ୟାଧିକାରୀ ଭାବେ ନିଯୁକ୍ତି ପ୍ରଦାନ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ଗୁରୁତ୍ୱାରୋପ କରିଥଥିଲେ ।

 

କୋଭିଡ୍-୧୯ ମହାମାରୀ ଦୃଷ୍ଟିରୁ ନିର୍ବାଚନ ସମୟରେ ସାମାଜିକ ଦୂରତ୍ୱବଜାୟ ରଖିବା ସହ ଗୋଟିଏ ବୁଥ୍ରେ ସର୍ବାଧକ ଏକ ହଜାର ମତଦାତା ମତଦାନ କରି ପାରିବେ ଓ ଜିଲ୍ଲା ନିର୍ବାଚନ ଅଧକାରୀମାନେ ସଂପୃକ୍ତ ରାଜନୈତିକ ଦଳର କର୍ମକର୍ତ୍ତା ମାନଙ୍କ ସହ ଆଲୋଚନା କରି ଅତିରିକ୍ତବୁଥ୍ ଗଠନ ଉପରେ ଗୁରୁତ୍ୱ ଦିଆଯିବ । କୋଭିଡ୍ ଆକ୍ରାନ୍ତ ଭୋଟରଙ୍କ ପାଇଁ ସ୍ୱତନ୍ତ୍ରବ୍ୟବସ୍ଥା କରାଯିବା ସହ ଆଇସୋଲେସନ୍ ସେଣ୍ଟର ଓ କୋଭିଡ୍ ସଂକ୍ରମିତ ଭୋଟରଙ୍କୁ ଭୋଟଦାନ ସମୟରେ ଶେଷ ପର୍ଯ୍ୟାୟରେ ମତଦାନ କରିବାକୁ ଅନୁମତି ପ୍ରଦାନ ଯିବ । ନିର୍ବାଚନ କାର୍ଯ୍ୟ ନିମନ୍ତେ ନିୟୋଜିତ କର୍ମଚାରୀ ଓ ସେମାନଙ୍କୁ ତାଲିମବ୍ୟବସ୍ଥା, ଯାନବାହନରବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ଷ୍ଟ୍ରଙ୍ଗରୁମ୍ ଓ ଭୋଟ ଗଣତି କେନ୍ଦ୍ର ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭବାନୀ ପ୍ରସାଦ ରାୟ, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର,ବାଲେଶ୍ୱର ଓ ଜଗତସିଂହ ପୁରର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକମାନେ ଉପସ୍ଥିତ ଥିଲେ ।

Share

Leave a Reply

Your email address will not be published. Required fields are marked *

3 × two =