ସମ୍ ନର୍ସିଂ କଲେଜ ପକ୍ଷରୁ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ଏପ୍ରିଲ ୭ ତାରିଖ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର କମ୍ୟୁନିଟି ହେଲଥ ନର୍ସିଂ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଅରିଶୋଲ୍ ଗ୍ରାମରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । “ଏକ ସୁନ୍ଦର ଏବଂ ସୁସ୍ଥ ବିଶ୍ୱ ଗଠନ” ପ୍ରସଙ୍ଗକୁ ଆଧାର କରି କମୁ୍ୟନିଟି ହେଲ୍ଥ ବିଭାଗର ଫାକଲ୍ଟି ଏବଂ ଏମ୍.ଏ.ସି ନର୍ସିଂରପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏହି ସ୍ୱାସ୍ଥ୍ୟ ମେଳା ଆୟୋଜନ କରାଯାଇଥିଲା । ଏହି ସ୍ୱାସ୍ଥ୍ୟ ମେଳାରେ ୫ଟି ଷ୍ଟଲ୍ର ଆୟୋଜନ କରାଯାଇଥିଲା । ସବୁ ବୟସର ଲୋକମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହ ସଚେତନତା ସମ୍ପର୍କିତ ସୂଚନା ଦିଆଯାଇଥିଲା ।

ରକ୍ତଚାପ, ମଧୁମେହ ଏବଂ ଓଜନ ଇତ୍ୟାଦି ପରୀକ୍ଷା କରାଯାଇଥିଲା । ସଂକ୍ରମଣ ସମ୍ବନ୍ଧୀୟ ସୂଚନା ଓ ସେବା, ମା ଏବଂ ଶିଶୁର ସ୍ୱାସ୍ଥ୍ୟ ସମ୍ପର୍କିତ ସୂଚନା, ସୁଷମ ଖାଦ୍ୟ ଓ ତା’ର ଉପକାରିତା ସମ୍ପର୍କରେ ବିସ୍ତୃତ ସୂଚନା ଦିଆଯାଇଥିଲା । ସ୍ୱାସ୍ଥ୍ୟ ପରୀକ୍ଷା ପରେ ବିଭିନ୍ନ ଔଷଧ ଏବଂ ଝିଅମାନଙ୍କୁ ସାନିଟାରୀ ପ୍ୟାଡ୍ ବଂଟନ କରାଯାଇଥିଲା । ଯେଉଁ ଲୋକମାନଙ୍କର କିଛି ଅଧିକ ସ୍ୱାସ୍ଥ୍ୟ ସମସ୍ୟା ଜଣାଗଲା ସେମାନଙ୍କୁ ରୁରାଲ୍ ହେଲ୍ଥ ଟ୍ରେନିଂ ସେଣ୍ଟର (ଆର୍ଏଚ୍ଟିସି)କୁ ପଠାଯାଇଥିଲା । ତିନୋଟି ଗ୍ରାମର ବହୁ ସଂଖ୍ୟକ ଲୋକ ଏହି ସ୍ୱାସ୍ଥ୍ୟ ମେଳାରେ ଯୋଗ ଦେଇ ଉପକୃତ ହୋଇଥିଲେ ଏବଂ ବିଭିନ୍ନ ସ୍ୱାସ୍ଥ୍ୟ ସମ୍ପର୍କିତ କ୍ରୀଡାରେ ମଧ୍ୟ ଭାଗ ନେଇଥିଲେ ।୧୦୦ ରୁ ଉର୍ଦ୍ଧ୍ୱ ବିଭିନ୍ନ ବୟସର ଗ୍ରାମବାସୀ, ଏମ୍ବିବିଏସ୍, ଇନ୍ଟର୍ନ ଛାତ୍ରଛାତ୍ରୀ, ବିଏସ୍ସି ନର୍ସିଂ ଇନ୍ଟର୍ନ ଛାତ୍ରଛାତ୍ରୀ ଏହି ସ୍ୱାସ୍ଥ୍ୟ ମେଳାରେ ଯୋଗ ଦେଇଥିଲେ ।

Share

Leave a Reply

Your email address will not be published. Required fields are marked *

four × two =