ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର() ତେଲେଙ୍ଗାନା ଛତିଶଗଡ ଦେଇ ଆଭ୍ୟନ୍ତରୀଣ ଓଡିଶା ଉପରେ ଏକ ଟ୍ରପ୍ ଲାଇନ ରହିଛି । ଏହା ପ୍ରଭାବରୁ  ଆହୁରି ୨ ଦିନ ବର୍ଷିବ ।

ସେପଟେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି। ତେବେ ୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼। ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି।”

Share

Leave a Reply

Your email address will not be published. Required fields are marked *

2 − two =