୨୭ ପର୍ୟ୍ୟନ୍ତ ଲାଗିରହିବ ବର୍ଷା

ଭୁବନେଶ୍ୱର()  ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଂଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ ।
ଅକ୍ଟୋବର ୨୩ରୁ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ଆରମ୍ଭ ହେବ । ୨୪ ତାରିଖ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ଯାହାକି ୨୭ ତାରିଖ ପର୍ୟ୍ୟନ୍ତ ଲାଗିରହିବ ।

Share

Leave a Reply

Your email address will not be published. Required fields are marked *

1 × four =