୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର()   ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଆସନ୍ତା ୨ ଦିନ ଧରି ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ।”ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।ବର୍ଷା ସହ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏହାସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଂଚଳିକ ପାଣିପାଗ ପୂର୍ବାନୁମାନ କରିଛି ଯେ, ଆଜି ପୁରୀ, ଖୋର୍ଧା, ଜଗତ୍ସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତେବେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ହୋଇପାରେ।

Share

Leave a Reply

Your email address will not be published. Required fields are marked *

five − three =