୨୪ ଘଂଟା ପ୍ରବଳ ବର୍ଷିବ

ଭୁବନେଶ୍ୱର() ୨୪ ଘଣ୍ଟା ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । କେତେକ ସ୍ଥାନରେ ୪୦ ରୁ ୬୦ ମିଲିଲିଟର ଯାଏଁ ବର୍ଷା ହୋଇପାରେ । ଦକ୍ଷିଣ ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ରୁ୫ ଦିନ ଧରି ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରେ ପ୍ରବଳ ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହିଛି।

Share

Leave a Reply

Your email address will not be published. Required fields are marked *

4 + nineteen =