୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର()  ଆନ୍ଧ୍ର-ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୬ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୨ରୁ ୩ଦିନ ବର୍ଷା ହେବ। ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଜି ସକାଳ ସାଢ଼େ ଆଠଟା ସୁଦ୍ଧା ବାରିପଦାରେ ୭୯ ମିମି, ସମ୍ୱଲପୁରରେ ୫୬ ମିମି, କଟକରେ ୫୬ ମିମି ଓ ଭୁବନେଶ୍ୱରରେ ୧୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ଆଜି ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବ। ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଉତ୍ତର ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ।”

Share

Leave a Reply

Your email address will not be published. Required fields are marked *

fourteen + eighteen =