୯ ଜିଲ୍ଲା ସତର୍କ ରୁହ

 ଭୁବନେଶ୍ବର()  ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ୯ ଜିଲ୍ଲା ଗୁଡ଼ିକ ହେଉଛି କୋରାପୁଟ, ମାଲକାନଗିରି, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼।

ସେପଟେ ଆଜି ସନ୍ଧ୍ୟା ଯାଏଁ କୋରାପୁଟ , ମାଲକାନଗିରି ଏବଂ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏସବୁ ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏହା ସହିତ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ୩ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Share

Leave a Reply

Your email address will not be published. Required fields are marked *

1 × 3 =