୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଡିପ ଡିପ୍ରେସନର ରୂପ ନେଇଛି । ସେଥିପାଇଁ
ରାଜ୍ୟରେ ଆହୁରି ୨୪ ଘଂଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ୧୧ ଜିଲ୍ଲାକୁ ସତର୍ମ ସୁଚନା ଦେଇଛନ୍ତି ପାଣିପାଗ ବିଭାଗ । ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଘଡଘଟି ମାରିବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର,ବଲାଙ୍ଗୀର, ନୂଆପଡ଼ା ,ବୈାଦ୍ଧ ଏବଂ ସୋନପୁର। ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ଛଡ଼ା ଅନ୍ୟ ୧୦ଟି ଜିଲ୍ଲା ତଥା ନୟାଗଡ଼ ,ଖୋର୍ଦ୍ଧା ,ଜଗତସିଂହପୁର, ବରଗଡ଼, ସମ୍ବଲପୁର ଓ କଟକକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଢେଙ୍କାନାଳ ,ନୁଗୁଳ ,ଯାଜପୁର ଓ କେନ୍ଦ୍ରାପଡ଼ାକୁ ବର୍ଷା ନେଇ ସତର୍କ ରହିବାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

five × 5 =