୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର()  ଆସନ୍ତାକାଲିଠାରୁ କେତେକ ଜିଲ୍ଲାରେ ଅତି ପ୍ରବଳ ଓ ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। କାଲିଠୁ ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ।ସେଥିପାଇଁ ଏହି ଜିଲ୍ଲା ଗୁଡିକକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟ ଭିତରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ଲଘୁଚାପ ସୃଷ୍ଟି ହୋଇଥିବାରୁ ୨୪ ଓ ୨୫ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ପବନର ବେଗ ବଢ଼ିବ।

Share

Leave a Reply

Your email address will not be published. Required fields are marked *

16 − five =