୧୫ ଜିଲ୍ଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ବର() ରାଜ୍ୟର ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା। ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା, ନୂଆଗଡ଼ ଓ ଗଞ୍ଜାମ ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ । ୨୫ରୁ ୨୮ ତାରିଖ ପର୍ୟ୍ୟନ୍ତ ମଧ୍ୟ ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ କୁହାଯାଇଛି।

Share

Leave a Reply

Your email address will not be published. Required fields are marked *

fifteen − ten =