ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଆନୁସାରେ ଏହା  ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଗଜପତି,ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,ପୁରୀ,ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।ଏହା ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବି ବର୍ଷା ଲାଗି ରହିବ। ଆଗାମୀ ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣି ପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Share

Leave a Reply

Your email address will not be published. Required fields are marked *

eight + 6 =