୫ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା

ଭୁବନେଶ୍ବର()  ୫ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର ଓ ଜଗତସିଂହପୁର ଜିଲ୍ଲାକୁ ବର୍ଷା ଯୋଗୁଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ସେପଟେ ଉତ୍ତରପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୪ ତାରିଖ ବେଳକୁ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଫଳରେ ଅଗଷ୍ଟ ୭ ଯାଏଁ ସାରା ଓଡ଼ିଶାରେ ବର୍ଷା ଲାଗିରହିବ। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

four × four =