୫ଜିଲ୍ଲାରେ ବିଷଣ ବର୍ଷା

ଭୁବନେଶ୍ବର()  ଆସନ୍ତା ୬ତାରିଖ ପର୍ୟ୍ୟନ୍ତ ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ସର୍ତକ ରହିବାକୁ ୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆରସି) ବିଷ୍ଣୁ ପଦ ସେଠୀ। ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ।

ଏସବୁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ପ୍ରବଳ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ପ୍ରଶାସନିକ ସ୍ତରରେ ପ୍ରସ୍ତୁତ ରହିବାକୁ କୁହାଯାଇଛି। ହଷ୍ଟେଲ ଓ ଆବାସିକ ସ୍କୁଲଗୁଡ଼ିକରେ ରହୁଥିବା ଅନ୍ତେବାସୀ ଓ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଆଗୁଆ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି।

ଅସ୍ଥାୟୀ ଆଶ୍ରୟସ୍ଥଳୀରେ ଯଥେଷ୍ଟ ପରିମାଣର ଖାଦ୍ୟ ସାମଗ୍ରୀ, ପାନୀୟ ଜଳ, ମହମବତି ଓ ଆଲୋକ ବ୍ୟବସ୍ଥା କରିବାକୁ କୁହାଯାଇଛି। ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମକୁ ସଜାଗ ରଖାଯାଇଛି। ରିଲିଫ୍ କାର୍ୟ୍ୟ ପରିଚାଳନା ଲାଗି ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଅନ୍ୟ ଜିଲ୍ଲାର ଜିଲ୍ଲାପାଳମାମାନଙ୍କୁ ମଧ୍ୟ ସ୍ଥିତି ଉପରେ ଦୃଷ୍ଟି ରଖିବାକୁ କୁହାଯାଇଛି। ୬ ତାରିଖ ପର୍ୟ୍ୟନ୍ତ ସମୁଦ୍ରକୁ ମାଛ ଧରିବା ପାଇଁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

one + 8 =