୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର()  ଉତ୍ତର ଓଡ଼ିଶାର ଉତ୍ତରପଶ୍ଚିମ ବଙ୍ଗୋପସାଗର- ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁର। ତେବେ ଆସନ୍ତା ୨ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି।

Share

Leave a Reply

Your email address will not be published. Required fields are marked *

4 × 5 =