ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା । ସତର୍କ କଲା ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୧୦ ତାରିଖରେ ଓଡ଼ିଶାକୁ ପ୍ରବେଶ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କରିବ । ମୌସୁମୀର ଆଗମନ ଫଳରେ ୧୦ରୁ ୧୪ ତାରିଖ ପର‌୍ୟ୍ୟନ୍ତ ଉପକୂଳ ଓ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରାଜ୍ୟର ୮ ଜିଲ୍ଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Share

Leave a Reply

Your email address will not be published. Required fields are marked *

3 × five =