ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ଆଜି ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଶ୍ରୀମନ୍ଦିରରୁ ବାହାରକୁ ଆସିଛନ୍ତି ମହାପ୍ରଭୁ । ଏହା ମଧ୍ୟରେ ପହଣ୍ଡି ବିଜେ ପରେ ରଥାରୂଢ଼ ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ।ପ୍ରଭୁ ଶ୍ରୀ ବଳଭଦ୍ର, ମା’ ସୁଭଦ୍ରା ଓ ଜଗନ୍ନାଥଙ୍କ ଦର୍ଶନ ଲାଭ କରିଛନ୍ତି ଜଗଦଗୁରୁ । ସେପଟେ ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ମହାବାହୁ।

ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଥିଲା ରଥ ପ୍ରତିଷ୍ଠା। ପହଣ୍ଡିରେ ଆସି ରଥାରୁଢ ହୋଇସାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟ, କାହାଳୀ ଓ ବାଜାରେ କମ୍ପୁଛି ସାରା ପରିବେଶ । ଭକ୍ତିମୟ ପରିବେଶରେ ବଡ଼ ଦାଣ୍ଡକୁ ଅବତରଣ କରିଛନ୍ତି ଚତୁର୍ଦ୍ଧା ବିଗ୍ରହ। ରଥ ଉପରେ ଶ୍ରୀଜିଉଙ୍କ ଦର୍ଶନ ପାଇ ଭକ୍ତ ଭାବବିହ୍ବଳ । ନିର୍ଦ୍ଧାରିତ ସମୟର ୩ ଘଣ୍ଟା ପୂର୍ବରୁ ନୀତିକାନ୍ତି ଆଗେଇ ଚାଲିଛି।

Share

Leave a Reply

Your email address will not be published. Required fields are marked *

4 + 17 =