ଜାନୁଆରୀ ୨୬ରେ ପତକା ଉତ୍ତୋଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଚଳିତ ବର୍ଷ ଗଣତନ୍ତ୍ର ଦିବସ ଉପଲକ୍ଷେ ଆୟୋଜିତ ହେବାକୁ ଥିବା କାର୍ୟ୍ୟକ୍ରମରେ ପତକା ଉତ୍ତୋଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ । ପ୍ରତି ବର୍ଷ ଗଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ କଟକରେ ପତକା ଉତ୍ତୋଳନ କରିଥାନ୍ତି । ହେଲେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ କଟକ ଯିବେ ନାହିଁ ବୋଲି ଜଣାପଡିଛି । ଚଳିତ ବର୍ଷ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ କଟକରେ ପତାକା ଉତ୍ତୋଳନ କରିବେ ବୋଲି ଜଣାପଡ଼ିଛି ।

ହେଲେ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ୟାରେଡ଼ ଉତ୍ସବରେ ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ ବୋଲି ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

three × 4 =