୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()  ରାଜ୍ୟର ୧୪ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହାସହ ଘଡ଼ଘଡ଼ି ସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ନୟାଗଡ଼।

ଅନ୍ୟପଟେ ଆଜି ଯେକୌଣସି ମୁହୂର୍ତ୍ତରେ ଓଡିଶା ଛୁଇଁବ ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତଫରୁ ସୂଚନା ମିଳିଛି । ତେବେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଦେଖିବାକୁ ମିଳିଛି ।

Share

Leave a Reply

Your email address will not be published. Required fields are marked *

1 × 5 =