୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()  ୬ ଜିଲ୍ଲାକୁ ସତର୍କ ସୂଚନା ଜାରି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ମିଳିଛି । ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ନୂଆପଡ଼ା ।

ସେପଟେ ଓଡ଼ିଶା ଛୁଇଁବା ପରେ ଦୁର୍ବଳ ହୋଇଯାଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସାରା ଓଡ଼ିଶାକୁ ସ୍ପର୍ଶ କରିଥିଲେ ମଧ୍ୟ ଗତ ୧୨ ଘଣ୍ଟା ମଧ୍ୟରେ ସେଭଳି ବର୍ଷା ନାହିଁ। ତେବେ ଜୁନ୍ ୩୦ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ଜୁଲାଇ ପ୍ରଥମ ସପ୍ତାହରେ ପାଗରେ ପରିବର୍ତନ ଆସିବ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

7 − two =