କୁନ୍ଦୁଲି ମାମଲାର ରିପୋର୍ଟ ୩୦ଦିନ ରେ ଦାଖଲ କର

କୋରାପୁଟ()  ବହୁ ଚର୍ଚ୍ଚିତ କୁନ୍ଦୁଲି ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲାର ତଦନ୍ତ ୪ସପ୍ତାହରେ ସାରି ରିପୋର୍ଟ ଦେବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତାସହ ଏସଆଇଟି ଗଠନ କରି ତଦନ୍ତ କରିବା ପାଇଁ ହାଇକୋର୍ଟ ପ୍ରସ୍ତାବ ଦେଇଛନ୍ତି ।

ଦୀର୍ଘଦିନ ବିତି ଯାଇଥିଲେ ମଧ୍ୟ ପୀଡ଼ିତାଙ୍କୁ ନ୍ୟାୟ ମିଳିପାରି ନାହିଁ । ତେଣୁ ଆଜି ହାଇକୋର୍ଟ ଏହି ମାମଲାକୁ ଗମ୍ଭୀର ସହ ନେଇ ଆସନ୍ତା ୪ସପ୍ତାହ ମଧ୍ୟରେ ତଦନ୍ତ କରାଯାଇ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ୨୦୧୭ ମସିହା ଅକ୍ଟୋବର ୧୦ ତାରିଖରେ କୋରାପୁଟ ଜିଲ୍ଲା ମୂଷାଗୁଡ଼ାର ଜଣେ ନବମ ଶ୍ରେଣୀର ଛାତ୍ରୀ କୁନ୍ଦୁଲି ହାଟପଦାକୁ ଫଟୋ ଉଠାଇବା ପାଇଁ ଆସିଥିଲେ । ସେଠାରୁ ସେ କାମ ସାରି ଫେରୁଥିବା ବେଳେ ଖାନ୍ଦା ଘାଟିର ୪ଜଣ ଯବାନ ତାଙ୍କୁ ଗଣବଳାତ୍କାର କରିଥିଲେ । କୁନ୍ଦୁଲି ପୀଡ଼ିତାଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିଲା । ତାଙ୍କୁ ଚିକିତ୍ସାପାଇଁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ତାଙ୍କ ବୟାନ ରେକର୍ଡ଼ କରାଯାଇଥିଲା । ନ୍ୟାୟ ନ ପାଇ ସେ ୨୦୧୮ ଜାନୁଆରୀରେ ଓ ଆତ୍ମହତ୍ୟା କରିଥିଲେ ।

Share

Leave a Reply

Your email address will not be published. Required fields are marked *

one × one =