ଆରପାରିରେ ବିଶିଷ୍ଟ ସାହତ୍ୟିକ ମନୋଜ ଦାସ

ଭୁବନେଶ୍ୱର : ବିଶିଷ୍ଟ ସାରସ୍ୱତ ସାଧକ ମନୋଜ ଦାସଙ୍କ ପରଲୋକ ହୋଇଛି । ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ପୁଡୁଚେରୀ ସ୍ଥିତ ଅରବିନ୍ଦ ଆଶ୍ରମ ନର୍ସିଂହୋମରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ଦେହାନ୍ତରେ ରାଜ୍ୟର ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି । ଓଡ଼ିଆ ଓ ଇଂରାଜୀ ସାହିତ୍ୟ କ୍ଷେତ୍ରରେ ତାଙ୍କର ଅଗାଢ ପାଣ୍ଡିତ୍ୟ ଥିଲା । ଦୀର୍ଘ ୮ ମାସ ଧରି ପୁଡୁଚେରୀରେ ରହି ଚିକିତ୍ସିତ ହେଉଥିଲେ । ଆଜି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡିଯାଇଥିଲା । ତାଙ୍କ ମୃତୁ୍ୟରେ ରାଜ୍ୟପାଳ ଗଣେଣିଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

୧୯୩୪ ମସିହା ଫେବୃଆରୀ ୨୭ ତାରିଖରେ ବାଲେଶ୍ୱର ଜିଲ୍ଲାର ଶଙ୍କାରୀ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ମନୋଜ ଦାସ ପଦ୍ମଶ୍ରୀ (୨୦୦୧) ଓ ପଦ୍ମଭୂଷଣ ସମ୍ମାନ (୨୦୨୦)ରେ ସମ୍ମାନିତ ହୋଇଥିଲେ । ଏହାବ୍ୟତୀତ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ, ସରସ୍ୱତତୀ ପୁରସ୍କାର ପାଇଥିଲେ । ସେହିପରି କେନ୍ଦ୍ର ସାହିତ୍ୟ ଏକାଡେମୀ ଫେଲୋସିପି ମଧ୍ୟ ପାଇଥିଲେ । ଓଡ଼ିଆ ସାହିତ୍ୟ ଜଗତ ପାଇଁ ଏକାଧିକ ଗଳ୍ପ, ଉପନ୍ୟାସ ଲେଖିଛନ୍ତି ।

Share

Leave a Reply

Your email address will not be published. Required fields are marked *

18 − 13 =