୩୧ ଯାଏଁ ୪ ଜିଲ୍ଲାକୁ ଲକଡାଉନ ଘୋଷଣା

ଭୁବନେଶ୍ୱର()ରାଜ୍ୟରେ କରୋନା ସ୍ଥିତି ଓ ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସମ୍ମିଳନୀରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଆସନ୍ତାକାଲି ରାତି ୯ଟାରୁ ଜୁଲାଇ ୩୧ର ମଧ୍ୟରାତ୍ରି ଯାଏଁ ୪ ଜିଲ୍ଳା ଓ ରାଉରକେଲା ଲକଡାଉନ ରହିବ । ୪ଜିଲ୍ଲା ହେଉଛି ଗଞ୍ଜାମ, ଖୋର୍ଦ୍ଧା, ଯାଜପୁର , କଟକ । ଲକଡାଉନ ସମୟରେ ସମସ୍ତ ନିୟମ କଡ଼ାକଡ଼ି ଭାବେ ପାଳନ କରାଯିବ । ଦୋକାନ, ବଜାର, ଅଫିସ, ବିଭିନ୍ନ ଅନୁଷ୍ଠାନ ବନ୍ଦ ରହିବ । ସକାଳ ୬ଟାରୁ ଦିନ ୧ଟା ଯାଏଁ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ ।

Share

Leave a Reply

Your email address will not be published. Required fields are marked *

five − 3 =