ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୨୮ ତାରିଖ ମଧ୍ୟରେ ଉତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଡାର ପ୍ରଭାବରେ ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ୨୬ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛ ।

Share

Leave a Reply

Your email address will not be published. Required fields are marked *

3 × 5 =