ଆଜିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜିଠୁ ସୃଷ୍ଟି ହେଉଛି ଲଘୁଚାପ ବଳୟ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତି ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ରହିବ। ଏହା ଅଧିକ ଘନୀଭୂତ ହୋଇ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଏହା ପ୍ରଭାବରେ ୧୨ ଓ ୧୩ତାରିଖରେ ରାଜ୍ୟବ୍ୟାପୀ ଭଲ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ମତ୍ସ୍ୟଜୀବୀଙ୍କୁ ୧୨ରୁ ୧୪ତାରିଖ ପର୍ୟ୍ୟନ୍ତ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

କେନ୍ଦ୍ରର ସୂଚନାନୁଯାୟୀ, ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ତାରିଖ ଦିନ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ। ପୁରୀ, ଖୋର୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ, ନୟାଗଡ଼, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଅତିପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ବାଲେଶ୍ବର, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୩ ତାରିଖ ଦିନ ବି ବର୍ଷାର ପରିମାଣ ଓ ବିସ୍ତୃତି ଅଧିକ ରହିବ। ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୪ତାରିଖ ଦିନ ମଧ୍ୟ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Share

Leave a Reply

Your email address will not be published. Required fields are marked *

three × four =