ମାହାଙ୍ଗା ମର୍ଡର: ମୁଖ୍ୟ ଅଭିଯୁକ୍ତର ମୃତଦେହ ଉଦ୍ଧାର

କଟକ: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତର ମୃତଦେହ ଉଦ୍ଧାର | ମାହାଙ୍ଗା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ ବିଶ୍ୱାଳ ଓରଫ କାବୁଆର ମୃତଦେହ ଉଦ୍ଧାର କରାଯାଇଛି । ଟାଙ୍ଗୀ ଅଞ୍ଚଳରୁ ମୁଖ୍ୟ ଅଭିଯୁକ୍ତର ମୃତଦେହ ଉଦ୍ଧାର କଲା ପୋଲିସ । ନିର୍ମାଣଧୀନ ଟୋଲ ଗେଟ ନିକଟରୁ ପ୍ରଫୁଲ୍ଲଙ୍କ ମୃତଦେହ ମିଳିଥିବା ବେଳେ ଟ୍ରକ ଚାପାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତକାଲି ବିଳମ୍ବିତ ରାତିରେ ଏଭଳି ଦୁର୍ଘଟଣା ହୋଇଛି । ତେବେ ଏହା ଦୁର୍ଘଟଣା ନା ହତ୍ୟାକାଣ୍ଡ ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନାନୁଯାୟୀ, ଗତ ୨ ତାରିଖରେ ସାଲେପୁର ବିଜେପି ପ୍ରଭାରୀ ତଥା ପୂର୍ବତନ ମାହାଙ୍ଗା ବ୍ଲକ ଅଧ୍ୟକ୍ଷ କୁଳମଣୀ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏଥିସହ ତାଙ୍କ ସହଯୋଗୀ ଦିବ୍ୟସିଂହ ରାଉଳଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଦିବ୍ୟସିଂହ ରାଉଳ ଏବଂ କୁଳମଣୀ ରାଉଳଙ୍କୁ ପାଖାପାଖି ୮/୧୦ ଜଣ ଦୁର୍ବୃତ୍ତ ଅତର୍କିତ ଭାବେ ଆକ୍ରମଣ କରି ହତ୍ୟା କରିଥିଲେ। ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିଲା ।

Share

Leave a Reply

Your email address will not be published. Required fields are marked *

3 × 5 =