ବରିଷ୍ଠ କଂଗ୍ରେସ ନେତା ସେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ, ମୁଖ୍ୟମନ୍ତ୍ରୀ ଶୋକ

ଭୁବନେଶ୍ବର () ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ଚିକିତ୍ସାଦିନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସିଟାଲରେ ଆଜି ସକାଳେ ପରଲୋକ ଘଟିଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି। ଗତ ୧୪ ତାରିଖରେ ଅସୁସ୍ଥତା କାରଣରୁ ହସପିଟାଲରେ ଭର୍ତି ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା।

ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏଥିସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

19 − fifteen =